Uncategorized

ଦିଲ୍ଲୀ ହିଂସା: ୬ ସନ୍ଦିଗ୍ଧ ଚିହ୍ନଟ; ଆହତ ପୋଲିସ କର୍ମୀଙ୍କ ହେବ ବୟାନ ରେକର୍ଡ, ତଦନ୍ତ ଆରମ୍ଭ

ନୂଆଦିଲ୍ଲୀ, ଏପ୍ରିଲ ୧୭ (ଖବର ଓଡ଼ିଶା): ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀର ଜହାଙ୍ଗୀରପୁରୀ ଅଞ୍ଚଳରେ ଶନିବାର କୁଶଳ ସିନେମା ନିକଟରେ ହିଂସା ଦେଖାଯାଇଛି । କୁହାଯାଉଛି ଯେ, ଶୋଭାଯାତ୍ରା ଉପରେ ଦୁର୍ବୃତ୍ତମାନେ ଅତର୍କିତ ଭାବେ ପଥରମାଡ଼ କରିଥିଲେ । ଏହାର ଏକ ଘଣ୍ଟା ପରେ ସେଠାରେ ଉତ୍ତେଜନା ଦେଖାଯାଇଥିଲା । ପଥରମାଡ଼ ସହିତ ଖଣ୍ଡା ବୁଲିଥିଲା । ଘଟଣାସ୍ଥଳରେ ପହଞ୍ଚିଥିବା ପୋଲିସକୁ ମଧ୍ୟ ଦୁର୍ବୃତ୍ତମାନେ ଛାଡ଼ି ନଥିଲେ, ଯେଉଁଥି ପାଇଁ ୬ ଜଣ ପୋଲିସ କର୍ମୀ ଆହତ ହୋଇଛନ୍ତି । ଏଥି ସହିତ ଭିଡ ଭିତରୁ ଅନ୍ୟ ଜନସାଧାରଣ ମଧ୍ୟ ଆହତ ହୋଇଥିବା ନେଇ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ସିସିଟିଭି ଫୁଟେଜ ଯାଞ୍ଚ କରୁଛି । 

ପ୍ରାଥମିକ ତଦନ୍ତ ଆଧାରରେ ପୋଲିସ ୬ ଜଣ ସନ୍ଦିଗ୍ଧଙ୍କୁ ଚିହ୍ନଟ କରିଛି । ସନ୍ଦେହରେ ପୋଲିସ ୧୨ରୁ ଅଧିକ ଲୋକଙ୍କୁ ଅଟକ ରଖି ପଚରାଉଚରା କରୁଛି । ବିଳମ୍ବିତ ରାତି ପର୍ଯ୍ୟନ୍ତ ଏକାଧିକ ପୋଲିସ ଟିମ୍ ଘଟଣାସ୍ଥଳରେ ଉଜାଗର ରହି ତଦନ୍ତ କରୁଛନ୍ତି । ଅଟକ ଥିବା ଲୋକଙ୍କୁ ଭିନ୍ନ ଏକ ସ୍ଥାନକୁ ନେଇ ପଚରାଉଚରା କରାଯାଉଛି । 

ଜହାଙ୍ଗୀରପୁରୀରେ ହୋଇଥିବା ହିଂସା ନେଇ ପୋଲିସ ବିଭିନ୍ନ ଅପରାଧିକ ଧାରା ଅନୁସାରେ ମାମଲା ରୁଜୁ କରିଛି । ପୋଲିସ ଦଂଗା, ସରକାରୀ କାମରେ ବାଧା ପକାଇବା, ସଂପତ୍ତି କ୍ଷତି କରିବା ସମେତ ଅନ୍ୟ ଧାରାରେ ମାମଲା ରୁଜୁ କରିଛି । ଆହତ ପୋଲିସ କର୍ମୀଙ୍କର ମଧ୍ୟ ବୟାନ ରେକର୍ଡ କରାଯିବ । 

Leave a Reply

Your email address will not be published. Required fields are marked *