Uncategorized

ପୁଲିସ ବିଭାଗରେ ୧୯୬ ପଦବୀ ପାଇଁ ନିଯୁକ୍ତି

ଭୁବନେଶ୍ବର, ,21st April,(Knews) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପୁଲିସରେ ୨୮ଟି ସ୍ଥାୟୀ ପୁଲିସ ଆଉଟପୋଷ୍ଟ ପାଇଁ ୨୮ଟି ସବ୍‌ଇନ୍ସପେକ୍ଟର ଓ ୧୬୮ଟି କନ​‌ଷ୍ଟେ​‌ବଳ ପଦବୀ ମଞ୍ଜୁର କରିଛନ୍ତି। ପୁଲିସ ବିଭାଗର ଅନ୍ୟାନ୍ୟ ପଦବୀଗୁଡିକର ପୁନଃ-ବଣ୍ଟନ ଦ୍ବାରା ଏହି ପଦବୀଗୁଡିକ ସୃଷ୍ଟି କରାଯାଇଛି। ଏହାଦ୍ବାରା ସମୁଦାୟ ୧୯୬ଟି ନୂତନ ପଦବୀ ସୃଷ୍ଟି ହୋଇଛି।ଏହି ନୂତନ ଅଧିକାରୀ ଓ କର୍ମଚାରୀମାନେ ରାଜ୍ୟରେ ୨୮ଟି ସ୍ଥାୟୀ ପୁଲିସ ଆଉଟପୋଷ୍ଟରେ ନିଯୁକ୍ତ ହେବେ। ପ୍ରତ୍ୟେକ ଆଉଟପୋଷ୍ଟରେ ଜଣେ ଲେଖାଏଁ ସବ୍‌ଇନ୍ସପେକ୍ଟର ଓ ୬ ଜଣ ଲେଖାଏଁ କନ​‌ଷ୍ଟେ​‌ବଳ ନିୟୋଜିତ ହେବେ। ଆଇନ ଶୃଙ୍ଖଳାଠାରୁ ଆରମ୍ଭ କରି ବିଭିନ୍ନ ଅପରାଧୀକ ଅନୁସନ୍ଧାନ କ୍ଷେତ୍ରରେ ସେମାନେ ଦାୟିତ୍ବ ନିର୍ବାହ କରିବେ। ଏହାଦ୍ବାରା ରାଜ୍ୟର ଆଇନ ଶୃଙ୍ଖଳା ବ୍ୟବସ୍ଥା ଅଧିକ ଦୃଢ ହୋଇପାରିବ।ଏହି ନୂତନ ପଦବୀଗୁଡିକ ରାଜ୍ୟ ସରକାରଙ୍କ ଓଆରଭି ଆକ୍ଟ ସମେତ ନିଯୁକ୍ତି ନିୟମାବଳୀର ସମସ୍ତ ବ୍ୟବସ୍ଥା ଅନୁଯାୟୀ ପୂରଣ କରାଯିବ।

Leave a Reply

Your email address will not be published. Required fields are marked *