Uncategorized

ସକାଳ ୬ରୁ ୯ଟା ପର୍ଯ୍ୟନ୍ତ ସ୍କୁଲ

ଭୁବନେଶ୍ବର,30th April,(Knews):: ସକାଳୁଆ ସ୍କୁଲ ସମୟରେ ପରିବର୍ତ୍ତନ କଲେ ରାଜ୍ୟ ସରକାର। ମେ’ ୨ ତାରିଖରୁ ସକାଳ ୬ରୁ୯ଟା ପର୍ଯ୍ୟନ୍ତ ହେବ ସ୍କୁଲ। ତୃତୀୟରୁ ଦଶମ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀ ସକାଳ ୬ରୁ ସ୍କୁଲ ଆସିବେ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ବୋର୍ଡ ଓ ପରିଷଦ ପକ୍ଷରୁ ଚାଲିଥିବା ପରୀକ୍ଷା ଅପରିବର୍ତ୍ତିତ ରହିବ। ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି ବୋଲି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିାଗ ପକ୍ଷରୁ ସୂଚନା ଦିଆଯାଇଛି।
ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଏନେଇ ଏପ୍ରିଲ ୨୫ ତାରିଖରୁ ୫ ଦିନ ପାଇଁ ସରକାର ସ୍କୁଲ କଲେଜ ବନ୍ଦ ଘୋଷଣା କରିଛନ୍ତି । ତେବେ ଆହୁରି ଖରା ବଢିବାର ସମ୍ଭାବନା ଥିବାରୁ ପୁଣି ସ୍କୁଲ ସମୟରେ ପରିବର୍ତ୍ତନ କରିଛନ୍ତି।

Leave a Reply

Your email address will not be published. Required fields are marked *