ରାଜ୍ୟ

ଶିମିଳିପାଳ କେବଳ ଓଡିଶା ବା ଭାରତର ନୁହେଁ ଏହା ସମଗ୍ର ବିଶ୍ୱର ଏକ ଅମୂଲ୍ୟ ସମ୍ପଦ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଶିମିଳିପାଳ ଅଭୟାରଣ୍ୟ ଅଗ୍ନିକାଣ୍ଡ ଜନିତ ପରିସ୍ଥିତି ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିମିଳିପାଳ କେବଳ ଓଡିଶା ବା ଭାରତର ନୁହେଁ ଏହା ସମଗ୍ର ବିଶ୍ୱର ଏକ ଅମୂଲ୍ୟ ସମ୍ପଦ । ତେଣୁ ଏହାର ସୁରକ୍ଷା ପାଇଁ ସତର୍କ ରହିବା ସହ ପ୍ରତିଷେଧ ମୂଳକ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ଶିମିଳିପାଳ ଅଭୟାରଣ୍ୟ ପରିସ୍ଥିତି ସମ୍ପର୍କରେ ବୈଠକରେ ସୂଚନା ଦେଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ଜଙ୍ଗଲ ଓ ପରିବେଶ ବିଭାଗ ଡ. ମୋନା ଶର୍ମା କହିଥିଲେ ଯେ, ଶିମିଳିପାଳରେ ଲାଗିଥିବା ନିଆଁ ନିୟନ୍ତ୍ରଣାଧୀନ ଅଛି । ଏଥିରେ କୌଣସି ଜୀବନ ହାନି ଘଟି ନାହିଁ । ନିଆଁକୁ ନିୟନ୍ତ୍ରଣ କରିବା ପାଇଁ ଏସ୍‌ଓପି ଜାରି କରାଯାଇଛି ଏବଂ ବଡ ବଡ ଗଛ ମାନଙ୍କର କିଛି କ୍ଷତି ହୋଇନାହିଁ । ନିଆଁ ସତର୍କ ସମ୍ପର୍କରେ ପ୍ରତି ସନ୍ଧ୍ୟାରେ ରାଜ୍ୟ ସରକାରଙ୍କୁ ଓ ଜିଲ୍ଲାପାଳଙ୍କୁ ଅବଗତ କରିବା ପାଇଁ ଡିଏଫ୍‌ଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଡ. ମୋନା ଶର୍ମା କହିଛନ୍ତି ।

Leave a Reply

Your email address will not be published. Required fields are marked *