ରାଜ୍ୟ

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୨୦୭୪ ପଜିଟିଭ୍, ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର : ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଛି । ଗତ ୩ ମାସର ବ୍ୟବଧାନ ପରେ ପ୍ରଥମ ଥର ପାଇଁ ଗତକାଲି ୨ ହଜାର ତଳକୁ ଦୈନିକ ସଂକ୍ରମଣ ଖସିଥିବା ବେଳେ ଆଜି ୨ ଉପରକୁ ବୃଦ୍ଧି ପାଇଛି । ଗତ ଏପ୍ରିଲ ୧୨ ତାରିଖରେ ଶେଷଥର ପାଇଁ ରାଜ୍ୟରେ ସଂକ୍ରମଣ ୨ ହଜାର ତଳେ ରହିଥିଲା । ଗତ ମାସ ୧୪ ତାରିଖରୁ ଦୈନିକ ସଂକ୍ରମଣ ୩ ହଜାର ତଳକୁ ଖସିଥିବା ବେଳେ ୨ ହଜାର ତଳକୁ ଖସିବା ପାଇଁ ୨୮ ଦିନ ଲାଗିଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଛି । ଏହା ମଧ୍ୟରେ ଆଜି ପୁଣି ୨୦୭୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୧୯୨ ଓ ସ୍ଥାନୀୟ ଅଞ୍ଚଳରୁ ୮୮୨ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୫ ହଜାର ୭୪୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୧୮ହଜାର ୪୧ ରହିଥିବା ବେଳେ ୨୨ ହଜାର ୮୬୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *