ରାଜ୍ୟ

ରାଜ୍ୟରେ କରୋନା ସଂକ୍ରମଣ ବଢ଼ାଉଛି ଚିନ୍ତା, ଆଜି ୨୯୧୭ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଦୈନିକ ସଂକ୍ରମଣ ୧୨ ହଜାରରୁ ହ୍ରାସ ପାଇ ୩ ହଜାରରେ ପହଞ୍ଚିବା ପରେ ଆଶା କରାଯାଉଥିଲା ଖୁବଶୀଘ୍ର ଏହି ସଂଖ୍ୟା ନିମ୍ନସ୍ତରରେ ପହଞ୍ଚିବ । ମାତ୍ର ରାଜ୍ୟରେ କରୋନା କଟକଣା ଲାଗୁ ପରେ ମଧ୍ୟ ୧୫ ଦିନ ଧରି ୩ ହଜାର ପଜିଟିଭ୍ ଚିହ୍ନଟ ହେଉଛନ୍ତି । ଗତ ମାସ ୧୪ ତାରିଖରୁ ଏହି ପ୍ରକ୍ରିୟା ଜାରି ରହିଛି । ମାତ୍ର ଅଳ୍ପ ଦିନ ପାଇଁ ଦୈନିକ ସଂକ୍ରମଣ ୩ ହଜାର ତଳକୁ ଖସିଥିଲା । ଏହା ମଧ୍ୟରେ ଆଜି ପୁଣି ୨୯୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୬୭୭ ଓ ସ୍ଥାନୀୟ ଅଞ୍ଚଳରୁ ୧୨୪୦ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୧୯ ହଜାର ୨୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୮୪ ହଜାର ୨୬୨ ରହିଥିବା ବେଳେ ୩୦ ହଜାର ୫୫୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *